ଆଂଶିକ ଲକଡାଉନରେ କ’ଣ ଖୋଲା ଓ କ’ଣ ବନ୍ଦ ରହିବ ଜାଣନ୍ତୁ

ଆଂଶିକ ଲକଡାଉନରେ କ’ଣ ଖୋଲା ଓ କ’ଣ ବନ୍ଦ ରହିବ ଜାଣନ୍ତୁ

ଆଂଶିକ ଲକଡାଉନରେ କ’ଣ ଖୋଲା ଓ କ’ଣ ବନ୍ଦ ରହିବ ଜାଣନ୍ତୁ

ଭୁବନେଶ୍ୱର:ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣଭାବେ ନିୟନ୍ତ୍ରଣକୁ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଗତ ମେ’ ୫ରେ ଘୋଷିତ ତାଲାବନ୍ଦର ୫ମ ପର୍ଯ୍ୟାୟ ଅବଧି ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଶେଷ ହେବାକୁ ଯାଉଛି ।  ହେଲେ ସରକାରଙ୍କ ଉଦେ୍ଧଶ୍ୟ ସମ୍ପୂର୍ଣ୍ଣ ଭାବେ ସାଧିତ ହୋଇପାରିନାହିଁ । ପ୍ରାୟ ୨୦ ଜିଲ୍ଲାରେ ସଂକ୍ରମଣ ହାର ନିୟନ୍ତ୍ରଣକୁ ଆସିଥିଲେ ମଧ୍ୟ ୫ଟି ଜିଲ୍ଲାରେ ଆଗପଛ ହୋଇରହିଛି ।  ଅବଶିଷ୍ଟ ୫ଟି ଜିଲ୍ଲାରେ ସଂକ୍ରମଣ ଯେଭଳି କମିବା କଥା ତାହା ହେଉନି ।  ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟବାସୀଙ୍କୁ ସମ୍ବୋଦନ କରିଛନ୍ତି । ଆଂଶିକ ଲକଡାଉନ ସରୁଥିବାରୁ ଶ୍ରୀ ମହାପାତ୍ର ନୂଆ ଗାଇଡଲାଇନ ଘୋଷଣା କରିଛନ୍ତି । କୋଭିଡ ପରିଚାଳନା ନେଇ ସେ ସବିଶେଷ ତଥ୍ୟ ଦେଇଛନ୍ତି ।  ରାଜ୍ୟରେ ସଂକ୍ରମଣ ତଳମୁହାଁ ହୋଇଥିଲେ ହେଁ ଆଗକୁ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା  ଅଗଷ୍ଟ ୧ ଯାଏଁ  ପୁଣି ଥରେ ଆଂଶିକ ଲକଡାଉନ ଘୋଷଣା କରାଯାଇଥିବା ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।  ତେବେ ଏହି ସମୟରେ କ’ଣ ଖୋଲିବ ଓ କ’ଣ ବନ୍ଦ ରହିବ  ଜାଣନ୍ତୁ ।

 କାଟେଗୋରୀ ‘ଏ’ରେ ଏଣିକି ରାତି ୮ଟା ଯାଏଁ ଦୋକାନ ଖୋଲିବ । କାଟେଗୋରୀ ‘ଏ’ରେ ସପ୍ତାହକ ୭ ଦିନ ଦୋକାନ ବଜାର  ଖୋଲାରହିବ ।  ସେହିପରି କାଟେଗୋରୀ ‘ବି’ରେ ସନ୍ଧ୍ୟା ୫ଟା ଯାଏଁ ଦୋକାନ ବଜାର ଖୋଲା ରହିବ ।  କାଟେଗୋରୀ ‘ବି’ରେ ସପ୍ତାହରେ ୫ ଦିନ ଦୋକାନ ବଜାର ଖୋଲିବ ।  ତେବେ କାଟେଗୋରୀ ‘ବି’ରେ ନାଇଟ କର୍ଫୁ୍ୟ ବଳବତ୍ତର ରହିବ ।  କାଟେଗୋରୀ ‘ବି’ରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ । 

ସେହିପରି ଏଣିକି ସାରା ରାଜ୍ୟରେ ବସ ସେବା ଚାଲୁ ରହିବ ।  ବସରେ ଯେତିକି ସିଟ ସେତିକି ଲୋକ ଯିବାକୁ ଅନୁମତି ମିଳିବ ।  କେବଳ ପୁରୀକୁ ଜୁଲାଇ ୨୫ ପର୍ଯ୍ୟନ୍ତ ବସ ଚଳାଚଳକୁ ବାରଣ କରାଯାଇଛି ।  ଟ୍ୟାକ୍ସି ଓ ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ ।  ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଟ୍ୟାକ୍ସି ଓ ଅଟୋ  ଚାଲିବ ।  

ଏହାଛଡ଼ା ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ ଓ ସେଲୁନ ଆସନ୍ତାକାଲି ଠାରୁ ଖୋଲିବ ।  ବିନା ଦର୍ଶକରେ ଆଉଟଡୋର ସ୍ପୋର୍ଟସକୁ ସରକାର ଅନୁମତି ଦେଇଛନ୍ତି ।  ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ସୁଟିଂକୁ ଅନୁମତି ଦିଆଯାଇଛି । 

ପାର୍କ, ମଲ, ସିନେମା ହଲ, ମେଳା, ପ୍ରଦର୍ଶନୀ ଓ ଯାତ୍ରା ବନ୍ଦ ରହିବ ।  ବାହାଘର ଓ ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ ।  ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ ।  ବାର ବନ୍ଦ ରହିବ । ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ ।  କାଟେଗୋରୀ ‘ବି’ ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।