ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି

ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି

ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି
ଭୁବନେଶ୍ବର : ରାଜ୍ୟରେ ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ୪ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆପଡାରୁ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା ୧୧୬୮କୁ ବୃଦ୍ଧି ହୋଇଛି ।