ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ

ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ

ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ବୁଲବୁଲ୍ ଦ୍ବାରା ପ୍ରଭାବିତ ଅଞ୍ଚଳର ଆକାଶମାର୍ଗରୁ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିଦର୍ଶନ ପରେ ଲୋକସେବା ଭବନରେ କ୍ଷୟକ୍ଷତି ଏବଂ ଥଇଥାନ ଓ ପୁନଃନିର୍ମାଣ ନେଇ ନିଆଯାଇଥିବା ପଦକ୍ଷେପର ସମୀକ୍ଷା କରିବେ। ଭିଡିଓ କନ୍‌ଫେରେନ୍ସି ଜରିଆରେ କ୍ଷତିଗ୍ରସ୍ତ ୬ଜିଲ୍ଲା ଜିଲ୍ଲାପାଳଙ୍କ ସହ ଆଲୋଚନା ମଧ୍ୟ କରିବେ ମୁଖ୍ୟମନ୍ତ୍ରୀ। ସୂଚନା ଅନୁସାରେ, ସାମୁଦ୍ରିକ ବାତ୍ୟା ବୁଲବୁଲ ଉପକୂଳ ଅଞ୍ଚଳର ୬ଟି ଜିଲ୍ଲା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ଓ ମୟୁରଭଞ୍ଜରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବାତ୍ୟା ପ୍ରଭାବରେ ଏହି ସବୁ ଜିଲ୍ଲାର ତଳିଆ ଅଞ୍ଚଳର ୮ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଆଜି ପ୍ରଭାବିଚ ଅଞ୍ଚଳର ଆକାଶମାର୍ଗରୁ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।