ଆଜି ଦେଶରେ ୧୩୨ ୧୩୨ କରୋନା ଆକ୍ରାନ୍ତ ଚିହ୍ନଟ
ଆଜି ଦେଶରେ ୧୩୨ ୧୩୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୦ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୩୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୩,୯୯୪ କୋଟିରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୫୦ ଥିବା ରେକର୍ଡ କରାଯାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୧,୪୨୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।