ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
ପୂର୍ବ – କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଆସନ୍ତା ୨୨ତାରିଖଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । । କୋରାପୁଟ, ରାୟଗଡା, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ପାଣିପାଗ ବିଭାଗ ।ସେହିପରି ଲଘୁଚାପ କାରଣରୁ ପାରାଦ୍ବୀପରେ ସର୍ବାଧିକ ୨୦ ମିମି, ଗଞ୍ଜାମରେ ୧୪,୬ ମିମି ବର୍ଷା ହୋଇଥିବାର ରେକର୍ଡ ହୋଇଛି ।