ଆହୁରି ୪୮ ଘଂଟା ବର୍ଷିବ

ଆହୁରି ୪୮ ଘଂଟା ବର୍ଷିବ

ଆହୁରି ୪୮ ଘଂଟା ବର୍ଷିବ
ଭୁବନେଶ୍ୱର: ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କ ଲୋପ୍ରେସରର ରୂପ ନେଇଛି । ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଝିପିଝିପି ବର୍ଷା ସହ କୋହଲା ପାଗ ରହିଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଉତ୍ତର ଓ ଉପକୂଳ ଓଡ଼ିଶା ସମେତ କେନ୍ଦ୍ରୀୟ ଓ ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି । ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁରର ରାଇଘରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଇଘରରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି କାଲିମେଳାରେ ୬୩, ଫୁଲବାଣୀରେ ୫୫.୬, ଜି.ଉଦୟଗିରିରେ ୫୩.୮, ଆସିକାରେ ୫୨.୨ ଓ ଖୋର୍ଦ୍ଧା ବାଲିଅନ୍ତାରେ ୫୨ ମିମି ବର୍ଷା ରେକର୍ଡ କରାଯାଇଛି । ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି ।