ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୧୩

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୧୩

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୧୩
ଭୁବନେଶ୍ବର: ଓଡ଼ିଶାରେ କରୋନାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୧୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣ ସମ୍ବଲପୁର ଜିଲ୍ଲାର ୫୦ ବର୍ଷୀୟ ପୁରୁଷ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ୨୪ ଘଣ୍ଟା ରାଜ୍ୟରେ ୧୯ଟି ଜିଲ୍ଲାରୁ ୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୪ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦କୁ ବଢ଼ିଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୪୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୦୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୩ ହଜାର ୭୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।