ଓଡ଼ିଶାରେ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଓଡ଼ିଶାରେ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଓଡ଼ିଶାରେ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ବର: ଓଡ଼ିଶାରେ ପୁଣି ମୁଣ୍ଡ ନେଲା କରୋନା। ୨୪ ଘଣ୍ଟା ମଧ୍ୟରେ ୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୦୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣ ଖୋର୍ଦ୍ଧା ଜିଲ୍ଲାର ୮୫ ବର୍ଷୀୟା ମହିଳା ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୫ ହଜାର ୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୫୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୨ ହଜାର ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୦୯ ଜଣଙ୍କର ମୃତ୍ୟୁ କରୋନାରେ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।