ଓଡିଶାରେ କରୋନା ଯୋଗୁଁ ଜଣେ ମୃତ

ଓଡିଶାରେ କରୋନା ଯୋଗୁଁ ଜଣେ ମୃତ

ଓଡିଶାରେ କରୋନା ଯୋଗୁଁ ଜଣେ ମୃତ
ଭୁବନେଶ୍ବର : ପୁଣି ଓଡ଼ିଶାରେ ମୁଣ୍ଡ ନେଲା କରୋନା। ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ୨୪ ଘଣ୍ଟା ରାଜ୍ୟରେ ୧୬ଟି ଜିଲ୍ଲାରୁ ୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୯ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୩୫୧ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୩୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।