କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ

କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ

କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ
ସୋନପୁର : ସୁବର୍ଣ୍ଣପୁର ଜିଲ୍ଲାର ପୂର୍ବ ମନ୍ତ୍ରୀ କାର୍ତ୍ତିକ ପ୍ରସାଦ ତରିଆ ଜମ୍ମୁ କଶ୍ମୀର ପ୍ରସଙ୍ଗରେ ଜାତୀୟ କଂଗ୍ରେସର ଆଭିମୁଖ୍ୟକୁ ନିନ୍ଦା କରିବା ସହ ବୁଧବାର କଂଗ୍ରେସ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ଏ ନେଇ ବୁଧବାର ସେ ଏକ ପ୍ରେସ୍ ବିବୃତିରେ ସୂଚନା ଦେଇଛନ୍ତି । କେନ୍ଦ୍ର ସରକାର ଜାମ୍ମୁ କାଶ୍ମୀରକୁ ୩୭୦ ଧାରାକୁ ଉଚ୍ଛେଦ କରିଥିବା ଏହା ଏକ ଐତିହାସିକ ପଦକ୍ଷେପ ବୋଲି କହି ଆନ୍ତରିକତା କୃତଜ୍ଞତା ଜ୍ଞାପନ କରିଛନ୍ତି । ଏଥିରେ ପୂର୍ଣ୍ଣ ସମର୍ଥନ କରିଥିବାରୁ ଓଡ଼ିଶା ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି ।