କରୋନା ଦ୍ୱିତୀୟ ଢେଉ: ୨୪ ଘଂଟାରେ ଆଜି ରାଜ୍ୟରୁ ୧୭ ଜଣ ଆକ୍ରାନ୍ତ ରୋଗୀଙ୍କ ମୁତୁ୍ୟ

କରୋନା ଦ୍ୱିତୀୟ ଢେଉ: ୨୪ ଘଂଟାରେ ଆଜି ରାଜ୍ୟରୁ ୧୭ ଜଣ ଆକ୍ରାନ୍ତ ରୋଗୀଙ୍କ ମୁତୁ୍ୟ

କରୋନା ଦ୍ୱିତୀୟ ଢେଉ: ୨୪ ଘଂଟାରେ ଆଜି ରାଜ୍ୟରୁ ୧୭ ଜଣ ଆକ୍ରାନ୍ତ ରୋଗୀଙ୍କ ମୁତୁ୍ୟ
ଭୁବନେଶ୍ଵର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ ତାଳ ଦେଇ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ସଂଖ୍ୟା ବି ବୃଦ୍ଧି ପାଇବାରେ ଲାଗିଛି । ମହାମାରୀ ମାଡ଼ି ଚାଲିଥିବା ବେଳେ ୧୭ ଜଣ ଆକ୍ରାନ୍ତ ଜୀବନ ବି ହାରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ,ବାଲେଶ୍ବର ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ଼,ଝାରସୁଗୁଡ଼ା, କଳାହାଣ୍ଡି,କେନ୍ଦୁଝର,ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫ ଲକ୍ଷ ୧୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୧ ହଜାର ୫୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଲକ୍ଷ ୧୬ ହଜାର ୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୧୨୧ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।