କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ୧୨ ହଜାର ୨୩୮ ଜଣ ପଜିଟିଭ୍ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ୧୨ ହଜାର ୨୩୮ ଜଣ ପଜିଟିଭ୍ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ୧୨ ହଜାର ୨୩୮ ଜଣ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୨ ହଜାର ୨୩୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୬୯୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୩୨୪ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫,୧୨,୪୦୦ ଜଣ କୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦୭୩ ଜଣ, ଖୋର୍ଦ୍ଧାରୁ ୧୮୨୮ ଜଣ, କଟକରୁ ୯୧୩ ଜଣ,କଳାହାଣ୍ଡିରୁ ୫୮୦ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪୮୦, ବାଲେଶ୍ବର ଜିଲ୍ଲାରୁ ୪୩୭, ବରଗଡ଼ ଜିଲ୍ଲାରୁ ୪୭୫ଜଣ, ଭଦ୍ରକ ଜିଲ୍ଲାରୁ ୩୮୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬୦ଜଣ, ବୌଦ୍ଧ ଜିଲ୍ଲାରୁ ୧୨୮ଜଣ, କଟକ ଜିଲ୍ଲାରୁ ୯୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪୨ଜଣ, ଗଜପତି ଜିଲ୍ଲାରୁ ୯୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬୮ଜଣ, ଯାଜପୁର ଜିଲ୍ଲାରୁ ୩୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦୬ଜଣ, କନ୍ଧମାଳ ଜିଲ୍ଲାରୁ ୬୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୯ଜଣ, କୋରାପୁଟ ଜିଲ୍ଲାରୁ ୧୩୦ଜଣ, ମାଲକାନଗିରି ଜିଲ୍ଲାରୁ ୬୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮୨ଜଣ, ନୟାଗଡ଼ ଜିଲ୍ଲାରୁ ୧୯୪ଜଣ, ନୂଆପଡ଼ା ଜିଲ୍ଲାରୁ ୨୯୦ଜଣ, ପୁରୀ ଜିଲ୍ଲାରୁ ୩୬୯ଜଣ, ରାୟଗଡ଼ା ଜିଲ୍ଲାରୁ ୨୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୫୪୪ଜଣ, ସୋନପୁର ଜିଲ୍ଲାରୁ ୧୫୯ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୫୭ଜଣ ରହିଛନ୍ତି । ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମନ ସୁଦ୍ଧା ମୋଟ୍‌ ୫,୧୨,୪୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୬,୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪,୨୩,୨୫୭ ଜଣ କରୋନା ସୁସ୍ଥ ହୋଇ ଘରକୁ ଫେରିଛନ୍ତି।