ଜଷ୍ଟିସ ରଫିକ ହୋଇପାରନ୍ତି ନୂଆ ମୁଖ୍ୟ ବିଚାରପତି

ଜଷ୍ଟିସ ରଫିକ ହୋଇପାରନ୍ତି ନୂଆ ମୁଖ୍ୟ ବିଚାରପତି

ଜଷ୍ଟିସ ରଫିକ ହୋଇପାରନ୍ତି ନୂଆ ମୁଖ୍ୟ ବିଚାରପତି
କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ଜଷ୍ଟିସ ମହମ୍ମଦ ରଫିଜଙ୍କ ନାମ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି । ସେ ଏବେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି । ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ପ୍ରସ୍ତାବ ଗ୍ରହଣ କରିବା ସହିତ ଏ ସମ୍ପର୍କିତ ସୁପାରିସ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଛନ୍ତି । ଜଷ୍ଟିସ ରଫିଜ ୨୦୧୯ ନଭେମ୍ବର ୧୩ରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ । ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପୂର୍ବରୁ ସେ ରାଜସ୍ଥାନ ହାଇକୋର୍ଟରେ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ ।