ଦେଶରେ ୨୪ ଘଣ୍ଟାରେ ୨, ୩୫, ୫୩୨ କରୋନା ସଂକ୍ରମିତ ଚିହ୍ନଟ
ଦେଶରେ ୨୪ ଘଣ୍ଟାରେ ୨, ୩୫, ୫୩୨ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଗତ ୨୪ଘଣ୍ଟାରେ ଦେଶରେ ୨ଲକ୍ଷ ୩୫ହଜାର ୫୩୨ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୋଟି ପାର୍ କରିଛି । ଦେଶରେ ଦୈନିକ ପଜିଟିଭ୍ ହାର ୧୩.୩୯ ପ୍ରତିଶତ ରହିଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୨୦ଲକ୍ଷ ଉପରେ ରହିଛି । ଦେଶରେ ସକ୍ରିୟ ମାମଲା ରହିଛି ୨୦ଲକ୍ଷ ୪ହଜାର ୩୩୩ ରହିଛି । ଏବେ ସୁଦ୍ଧା ମୋଟ ୩କୋଟି ୮୩ଲକ୍ଷ ୬୦ହଜାର ୭୧୦ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତିି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଦେଶରେ ଟିକାକରଣ ପ୍ରକ୍ରିୟା ମଧ୍ୟ ଦ୍ରୁତ ବେଗରେ ଚାଲିଛି ।




admin 