ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲୋକସଭା ପ୍ରାର୍ଥୀ ଓ ୨୪୪ ବିଧାନସଭା ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ

ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲୋକସଭା ପ୍ରାର୍ଥୀ ଓ ୨୪୪ ବିଧାନସଭା ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ

ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲୋକସଭା ପ୍ରାର୍ଥୀ ଓ ୨୪୪ ବିଧାନସଭା ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ
ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ଚାରିଗୋଟି ଲୋକସଭା ଆସନ ଯଥା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସହ ଏହା ଅଧିନସ୍ଥ ୩୫ ଗୋଟି ଲୋକସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ । ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ । ଏମାନଙ୍କ ମଧ୍ୟରେ ୩୦ଜଣ ପୁରୁଷ ଓ ୫ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୩୫ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୪ଜଣ ଜାତୀୟ ଦଳର, ୫ଜଣ ରାଜ୍ୟସ୍ତରୀୟ ଦଳର, ୯ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭ଜଣ ସ୍ୱାଧୀନ ପ୍ରାର୍ଥୀଭାବେ ନିର୍ବାଚନରେ ଅଂଶଗ୍ରହଣ କରିବେ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ । ଏମାନଙ୍କ ମଧ୍ୟରେ ୨୧୯ ଜଣ ପୁରୁଷ ଓ ୨୫ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୯୭ଜଣ ଜାତୀୟ ଦଳର, ୩୫ ଜଣ ରାଜ୍ୟସ୍ତରୀୟ ଦଳର, ୪୨ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭୦ଜଣ ସ୍ୱାଧୀନ ପ୍ରାର୍ଥୀ ନିର୍ବାଚନରେ ଅଂଶଗ୍ରହଣ କରିବେ । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୯୧୧୭ ବୁଥ୍ରେ ୩୯୪୫୦୨୫ ପୁରୁଷ ଭୋଟର, ୩୭୪୭୪୯୩ ମହିଳା ଭୋଟର ଓ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ ।