ପୁଣି ୪ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ

ପୁଣି ୪ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ

ପୁଣି ୪ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ
ଭୁବନେଶ୍ୱର: ରାଜ୍ୟରେ ପୁଣି ୪ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଫଳରେ ରାଜ୍ୟରେ କରୋନାଜନିତ ମୃତୁ୍ୟ ସଂଖ୍ୟା ୧୮୬୮କୁ ବୃଦ୍ଧି ପାଇଛି । ଆଜି ମୋଟ ୪ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, କଳାହାଣ୍ଡି, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ପ୍ରକାଶଯେ, ଆଜି ରାଜ୍ୟରେ ଆଉ ୨୬୩ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୧ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୧୧୨ଜଣ ସ୍ଥାନୀୟ ସଂସ୍ପର୍ଶରେ ଆସିଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୯୦୦୧ରେ ପହଁଚିଛି । ୩୨୪୩୯୨ ଜଣ ସୁସ୍ଥ ହୋଇଥିବାବେଳେ ୨୬୮୮ଜଣ ଚିକିତ୍ସାଧୀନ ଅଛନ୍ତି ।