ପୂରଣ ହେବ ୧୨୦ଶିକ୍ଷକ ପ୍ରଶିକ୍ଷକ ପଦବୀ, ପଞ୍ଜୀକରଣ ଆରମ୍ଭ

ପୂରଣ ହେବ ୧୨୦ଶିକ୍ଷକ ପ୍ରଶିକ୍ଷକ ପଦବୀ, ପଞ୍ଜୀକରଣ ଆରମ୍ଭ

ପୂରଣ ହେବ ୧୨୦ଶିକ୍ଷକ ପ୍ରଶିକ୍ଷକ ପଦବୀ, ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ଵର, : ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ୧୨୦ଟି ଶିକ୍ଷକ ପ୍ରଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନୁମୋଦନ କରିଛନ୍ତି। ଏଥିପାଇଁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଡିସେମ୍ବର ୧୨ ତାରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।

ଡିସେମ୍ବର ୨୦ ତାରିଖରେ ଅନ୍‌ଲାଇନ୍‌ ପଞ୍ଜିକରଣ ଆରମ୍ଭ ହୋଇଛି ଓ ଜାନୁଆରୀ ୧୯ ତାରିଖ ପର୍ୟ୍ୟନ୍ତ ଜାରି ରହିବ । କେବଳ ଅନ୍‌ଲାଇନ୍‌ ମାଧ୍ୟମରେ ହିଁ ପଞ୍ଜିକରଣ କରାଯିବ । ଏଥିପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ତିନୋଟି ପର୍ୟ୍ୟାୟରେ ପରୀକ୍ଷା କରାଯିବ । ପ୍ରାଥମିକ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ଓ ସାର୍ଟିଫିକେଟ୍‌ ଯାଞ୍ଚ୍, ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ପରୀକ୍ଷା କରାଯିବ । କେବଳ ଇଂରାଜୀ ବିଷୟ ବ୍ୟତୀତ ପରୀକ୍ଷା ସମ୍ବନ୍ଧୀୟ ସମପୂର୍ଣ୍ଣ ତଥ୍ୟ ପରେ ପ୍ରକାଶ କରାଯିବ । ବିଜ୍ଞପ୍ତି ସମ୍ପର୍କିତ ସବିଶେଷ ତଥ୍ୟ www.ossc.gov.in ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ।