ପୋଖରୀପୁଟ ‘କୋକିଳା ଗାର୍ଡେନ’ ଆପାର୍ଟମେଣ୍ଟରୁ କରୋନା ଆକ୍ରାନ୍ତ ଚିହ୍ନଟ

ପୋଖରୀପୁଟ ‘କୋକିଳା ଗାର୍ଡେନ’ ଆପାର୍ଟମେଣ୍ଟରୁ କରୋନା ଆକ୍ରାନ୍ତ ଚିହ୍ନଟ

ପୋଖରୀପୁଟ  ‘କୋକିଳା ଗାର୍ଡେନ’ ଆପାର୍ଟମେଣ୍ଟରୁ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି । ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏକ ବଡ଼ ଖବର ସାମାନାକୁ ଆସିଛି । ତାହା ହେଲା ଭୁବନେଶ୍ୱରସ୍ଥ ପୋଖରୀପୁଟ ‘କୋକିଳା ଗାର୍ଡେନ’ ଆପାର୍ଟମେଣ୍ଟରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଉକ୍ତ ଆପାର୍ଟମେଣ୍ଟରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଏମସି ପକ୍ଷରୁ ସୂଚନା ଦିଆଯାଇଛି । ସମ୍ପୃକ୍ତ ୨ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ବିଏମସି ପକ୍ଷରୁ ସୂଚନା ଦିଆଯାଇଛି । ପ୍ରକାଶ ଯେ, ଆଜି ରାଜ୍ୟରେ ୨୪ ଘଂଟାରେ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୪୮୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୪୪୯ଜଣ ଆକ୍ରାନ୍ତ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।