ବସ୍‌ ଓ ବୋଲେରୋ ଧକ୍କା : ସାତ ମୃତ, ୩୨ ଆହତ

ବସ୍‌ ଓ ବୋଲେରୋ ଧକ୍କା : ସାତ ମୃତ, ୩୨ ଆହତ

ବସ୍‌ ଓ ବୋଲେରୋ ଧକ୍କା : ସାତ ମୃତ, ୩୨ ଆହତ
ଉତ୍ତରପ୍ରଦେଶ :ଉତ୍ତରପ୍ରଦେଶର ପିଲିଭିତ୍‌ ଜିଲ୍ଲାରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ସାତଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୨ ଜଣ ଆହତ ହୋଇଥିବାର ସୂଚନା ରହିଛି । ମିଳିଥିବା ସୂଚନା ଅନୁସାରେ ପିଲିଭିତର ପୁରାନାପୁର ଅଞ୍ଚଳରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ବସ୍‌ ଓ ବୋଲୋର ମଧ୍ୟରେ ଧକ୍କା ହେବା ପରେ ସାତ ଜଣଙ୍କର ମୃତ୍ୟୁହୋଇଛି। ୩୨ ଜଣ ଗୁରୁତର ରହିଛନ୍ତି । ଯାତ୍ରବାହୀ ବସ୍‌ ଯାତ୍ରୀଙ୍କୁ ନେଇ ଲକ୍ଷ୍ନୌ ଅଭିମୁଖେ ଯାଉଥିବାବେଳେ ଏକ ବୋଲୋର ଗାଡି ପୁରନପୁର ଯାଉଥିଲା । ତେବେ ସୋହରାମଉ ବର୍ଡର ନିକଟରେ ଦୁଇ ବାହାନ ମଧ୍ୟରେ ଭୀଷଣ ଧକ୍କା ହୋଇଥିଲା । ଧକ୍କା ହେବା ପରେ ବସ୍‌ଟି କ୍ଷେତକୁ ଓଲଟି ପଡିଥିଲା । ବସ୍‌ ଓଲଟିବା ଫଳରେ ଯାତ୍ରୀମାନେ ତଳକୁ ଦବି ଯାଇଥିଲେ । ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲ ନିଆଯାଇଥିବାବେଳେ ଡାକ୍ତର ସେଠାରେ ସାତଜଣଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ତେବେସ୍ଥିତି ସଂକଟାପନ୍ନ ଥିବାରୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ସୂଚନା ରହିଛି ।