ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଜେପିର ପ୍ରତିଷ୍ଠାତା ସଦସ୍ୟ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ବର୍ଗତ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଏଥିସହିତ ନୂଆଦିଲ୍ଲୀସ୍ଥିତ ଅଟଳ ସ୍ମୁତିପୀଠରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ବାଜପେୟୀଙ୍କ ସ୍ମୁତିପୀଠରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେହିପରି ଝିଅ ନମିତା କାଉଲ ଭଟ୍ଟାଚାର୍ଯ୍ୟ ଓ ନାତୁଣୀ ନିହାରୀକା ମଧ୍ୟ ‘ସଦୈବ ଅଟଳ’ସ୍ଥଳକୁ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହା ପୂର୍ବରୁ ରାଷ୍ଟ୍ରପତି ରାମାନାଥ କୋବିନ୍ଦ ସ୍ୱର୍ଗତ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସ୍ୱର୍ଗତ ବାଜପେୟୀଙ୍କ ଗତ ବର୍ଷ ଆଜିର ଦିନରେ ଅଗଷ୍ଟ ୧୬ରେ ଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ପରଲୋକ ହୋଇଥିଲା। ଭାରତୀୟ ଜନତା ପାର୍ଟି ବାଜପେୟୀଙ୍କୁ ଆଜି ଦେଶବ୍ୟାପୀ ଶ୍ରଦ୍ଧାଞ୍ଜଳି ଦେଉଛି। ରାଜ୍ୟ ଓ ଜିଲ୍ଲାସ୍ତରରେ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ପୂର୍ବରୁ ବିଜେପି କର୍ମୀମାନଙ୍କୁ ଅବଗତ କରାଯାଇଛି। ବିଜେପି ନେତା ନିଜସ୍ୱ ଉଦ୍ୟମରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ବାଜପେୟୀଙ୍କ ସ୍ମୁତିରେ କିଛି ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।