ମନ୍ତ୍ରୀ ଟୁକୁନି ସାହୁ ଡାକବଙ୍ଗଳାରେ ବନ୍ଦୀ, ଘେରିଲେ ବିରୋଧୀ

ମନ୍ତ୍ରୀ ଟୁକୁନି ସାହୁ ଡାକବଙ୍ଗଳାରେ ବନ୍ଦୀ, ଘେରିଲେ ବିରୋଧୀ

ମନ୍ତ୍ରୀ ଟୁକୁନି ସାହୁ ଡାକବଙ୍ଗଳାରେ ବନ୍ଦୀ, ଘେରିଲେ ବିରୋଧୀ

ସମ୍ବଲପୁର: ମୁଖ୍ୟମନ୍ତ୍ରୀଙ୍କ କୁଚିଣ୍ଡା ଗସ୍ତ ସମୟରେ ପ୍ରତିବାଦ କରୁଥିବା ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗୋଡେଇ ଗୋଡେଇ ମାଡ ମାରିଥିଲେ ବିଜେଡି କର୍ମୀ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ  ପୋଲିସ୍ ଉପସ୍ଥିତରେ ଯୁବ କଂଗ୍ରେସ ନେତା ଜୟନ୍ତ କିଷାନଙ୍କୁ ବିଜେଡି କର୍ମୀ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ଏଥିରେ ସେ ଗରୁତର ଆହତ ହୋଇଥିଲେ । ବିଜେଡି କର୍ମୀଙ୍କ ଗୁଣ୍ଡାଗିରି ପ୍ରତିବାଦରେ ବିଜେପି ଓ କଂଗ୍ରେସ ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି । ଆଜି ଏହାକୁ ବିରୋଧ କରି କୁଚିଣ୍ଡା ୧୨ ଘଣ୍ଟା ବନ୍ଦ କରିବା ସହ ଏବେ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଏହି ଦୁଇଟି ଦଳ ବନ୍ଦୀ କରିଥିବା ଜଣାପଡିଛି। 

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କୁଚିଣ୍ଡାକୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିବାକୁ ଯାଇଥିବା ବେଳେ ଏହି ଦୁଇଟି ଦଳ ତାଙ୍କୁ ଡାକବଙ୍ଗଳାରେ ବନ୍ଦ କରି ତାଲା ପକାଇ ଦେଇଛନ୍ତି । ଡାକବଙ୍ଗଳା ବାହାରେ ଏବେ ନାରାବାଜି ଚାଲୁଥିବା ବେଳେ ଘଟଣାସ୍ଥଳରେ ପୁଲିସ ଏବଂ ଏସଡିପିଓ ଉପସ୍ଥିତ ରହିଛନ୍ତି।