ମୋଦିଙ୍କୁ ରାହୁଲଙ୍କ ଶୁଭେଚ୍ଛା

ମୋଦିଙ୍କୁ ରାହୁଲଙ୍କ ଶୁଭେଚ୍ଛା

ମୋଦିଙ୍କୁ ରାହୁଲଙ୍କ ଶୁଭେଚ୍ଛା


ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଶୁଭେଚ୍ଛା । ଆଜି ମୋଦିଙ୍କ ଜନ୍ମଦିନ ପାଇଁ ରାହୁଲ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦିଙ୍କ ଜନ୍ମଦିନରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଜଣାଇବା ସହ ସୁସ୍ଥ ଓ ଦୁର୍ଘାୟୁ କାମନା କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ପୂର୍ବ ଭାରତର ବିକାଶରେ ମୋଦିଙ୍କ ଅବଦାନ ନେଇ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ।  ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।