ରାଜ୍ୟରେ ପୁଣି ଦୁଇଟି ମୁଣ୍ଡ ନେଲା କରୋନା ।

ରାଜ୍ୟରେ ପୁଣି ଦୁଇଟି ମୁଣ୍ଡ ନେଲା କରୋନା ।

ରାଜ୍ୟରେ ପୁଣି ଦୁଇଟି ମୁଣ୍ଡ ନେଲା କରୋନା ।
ରାଜ୍ୟରେ ପୁଣି ଦୁଇଟି ମୁଣ୍ଡ ନେଇଛି କରୋନା । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ତରଫରୁ ସୂଚନା ମିଳିଛି । ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଗଜପତିର ହୋଇଥିବାବେଳେ ଆଉ ଜଣେ ସୁନ୍ଦରଗଡ ଜିଲ୍ଲାର ବୋଲି ସୂଚନା ରହିଛି । ଏବେ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 36କୁ ବୃଦ୍ଧି ହୋଇଛି। ସେହିପରି ବାଲେଶ୍ବରର ଜଣେ 40 ବର୍ଷୀୟା ପଜିଟିଭ୍‌ ମହିଳା ଅସହ୍ୟ ଛାତି ଯନ୍ତ୍ରଣା ଯୋଗୁଁ ମୃତ୍ୟୁବରଣ କରିଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଗଜପତି ଜିଲ୍ଲାର ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ବୟସ 40 ବର୍ଷ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାର ମୃତକଙ୍କ ବୟସ 64 ବର୍ଷ ବୋଲି ସୂଚନା ରହିଛି। ମୃତକ ଜଣକ ଡାଇବେଟିସ୍‌ରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି।