ରାଜ୍ୟରେ ୧୪୬ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୧୪୬ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଖୋର୍ଦ୍ଧା ଜିଲ୍ଲା ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୧୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୯୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୮୭୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୯୩୬୨୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।




admin 