ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ
ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ମାଘ ଶୁଳ୍କ ଷଷ୍ଠ ତିଥିରେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରଶାସନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ,ହରିତାଳ , କସ୍ତୁରୀ , ନାଲି , ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପପଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନରେ ପ୍ରାୟ ୪ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।