ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ ଖୋଲିଲା
ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ ଖୋଲିଲା
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ ଖୋଲାଯାଇଛି । ଦ୍ୱିତୀୟ ପର୍ଯ୍ୟାୟ ବନ୍ୟାଜଳ ନିଷ୍କାସନ ପାଇଁ ଏହି ୪ଟି ଗେଟକୁ ଖୋଲାଯାଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳଭଣ୍ଡାରକୁ ଅଧିକ ଜଳ ପଶୁଛି ।
ଅନ୍ୟପକ୍ଷରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ଅଧିକ ଘନୀଭୂତ ହୋଇଛି । ପରେ ଏହା ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ବର୍ଷାର ପରିମାଣ ସାମାନ୍ୟ କମିବ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ବର୍ଷା ଖରିଫ ଫସଲର ବେଉଷଣ ପାଇଁ ସହାୟକ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।




admin 