୧୮ ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ଝଡ଼ବର୍ଷା
୧୮ ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ଝଡ଼ବର୍ଷା
admin
May 11, 2021 - 07:52
Updated: May 11, 2021 - 07:52
ଭୁବନେଶ୍ୱର : ଆଜି ରାଜ୍ୟର ୨୪ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏସବୁ ଜିଲ୍ଲା ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଏଥିସହ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଗଜପତି ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ କେନ୍ଦ୍ର କହିଛି ଯେ ୧୩ ତାରିଖ ଦିନ ୧୮ ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ଝଡ଼ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୧୪ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାମରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଣୁ ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାଫଳରେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । କିନ୍ତୁ ଏହାପରେ ତାପମାତ୍ରା ପ୍ରାୟ ୨ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।