୧୯ ଟି ଜିଲ୍ଲାରୁ ୯୫ ନୂଆ ଆକ୍ରାନ୍ତ ଚିହ୍ନଟ
୧୯ ଟି ଜିଲ୍ଲାରୁ ୯୫ ନୂଆ ଆକ୍ରାନ୍ତ ଚିହ୍ନଟ
admin
Feb 11, 2021 - 06:46
Updated: Feb 11, 2021 - 06:46
ଭୁବନେଶ୍ୱର : ୨୪ ଘଣ୍ଟା ରାଜ୍ୟରେ ୧୯ ଟି ଜିଲ୍ଲାରୁ ୯୫ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୬ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୩୯ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୨୦ ଜଣ, କଟକରୁ ୧୧ ଜଣ, ପୁରୀରୁ ୯ ଜଣ, ଅନୁଗୁଳରୁ ୮ ଜଣ, ସମ୍ବଲପୁରରୁ ୭ ଜଣ, ଦେବଗଡ଼, କେନ୍ଦୁଝର ଓ ନୂଆପଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ବରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ, ମୟୂରଭଞ୍ଜରୁ ୩ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର,ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲାରୁ ୨ ଜର ଲେଖାଏଁ, ବଲାଙ୍ଗୀର, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୫ ହଜାର ୯୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୦୧ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୩୨ ହଜାର ୯୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।