୨୪ ଘଣ୍ଟା ମଧ୍ୟରେ ୯୨ କରୋନା ପଜିଟିଭ୍ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ୯୨ କରୋନା ପଜିଟିଭ୍ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ୯୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର :ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୮୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୮୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୩୧୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।