୨୪ ଘଂଟାରେ ୩୧୨ ଆକ୍ରାନ୍ତଙ୍କ ମୃତୁ୍ୟ
୨୪ ଘଂଟାରେ ୩୧୨ ଆକ୍ରାନ୍ତଙ୍କ ମୃତୁ୍ୟ
admin
Mar 28, 2021 - 04:26
Updated: Mar 28, 2021 - 04:26
ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ଯୋଗୁଁ ମହାରାଷ୍ଟ୍ରରେ ପ୍ରାୟ ଜିଲ୍ଲାରେ ଲକଡାଉନ ଘୋଷଣା କରାଯାଇଛି । ଏବେ କରୋନା ଯୋଗୁଁ ଦେଶକୁ ଏପରି ଅନୁଭୂତ ହେଲାଣୀ ଯେ କରୋନାର ଦ୍ୱିତୀୟ ଲହରୀ ଯେପରି ମାଡି ଆସୁଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ସହରରେ ନାଇଟକର୍ଫୁ ଲାଗିଲାଣି । ଆଜି ଆମ ଦେଶରେ ଗୋଟିଏ ଦିନରେ ୬୨,୭୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୩୧୨ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୬୧ ହଜାର ୫୫୨ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୯ ଲକ୍ଷ ୭୧ ହଜାର ୬୨୪ ରେ ପହଂଚିଛି । ଦେଶରେ ୪ ଲକ୍ଷ ୮୬ ହଜାର ୩୧୦ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୧ କୋଟି ୧୩ ଲକ୍ଷ ୨୩ ହଜାର ୭୬୨ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୬ କୋଟି ୨ ଲକ୍ଷ ୬୯ ହଜାର ୭୮୨ ଜଣ କରୋନା ଟିକା ନେଇ ସାରିଲେଣି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।