୨ ଦିନ ପରେ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ

୨ ଦିନ ପରେ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ

୨ ଦିନ ପରେ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ
ଭୁବନେଶ୍ୱର : ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିଛି । କିଛି କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହି ଭଳି ଖରାଟିଆ ପାଗ ଲାଗି ରହିବ । ୨୦ ତାରିଖ ଅପରାହ୍ନ ଆଡ଼କୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେହିପରି ୨୧ ତାରିଖ ଦିନ ସମଗ୍ର ଉପକୂଳ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ । ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିସହ ଏବେ ରାଜ୍ୟର ତାପମାତ୍ରାରେ ଏବେ ବିରାଟ ପରିବର୍ତ୍ତନର ଆଶଙ୍କା ନାହିଁ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି ।