‘ମଧୁ ଆପ’ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
‘ମଧୁ ଆପ’ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
admin
Dec 3, 2019 - 10:03
Updated: Dec 3, 2019 - 10:03
ଭୁବନେଶ୍ୱର : ପିଲାମାନଙ୍କୁ ସହଜରେ ପାଠ ବୁଝାଇବା ଏବଂ ବିଭିନ୍ନ ପ୍ରଶ୍ନର ଅଭ୍ୟାସ କରାଇବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ଆରମ୍ଭ କରିଛି ‘ମଧୁ ଆପ’ । ଛାତ୍ରଛାତ୍ରୀମାନେ ‘ମଧୁଆପ’କୁ ମୋବାଇଳ ଫୋନରେ ଡାଉନଲୋଡ଼ କରି ସେଥିରୁ ଭିଡ଼ିଓ ଦ୍ୱାରା ସେମାନେ ଶ୍ରେଣୀରେ ପଢ଼ାଯାଇଥିବା ପାଠ ବୁଝିପାରିବେ । ଉକôଳ ଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ଏହି ନୂଆ ‘ମଧୁ ଆପ’କୁ ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରଛାତ୍ରୀଙ୍କ ଉଦେ୍ଧଶ୍ୟରେ ଲୋକାର୍ପିତ କରିଛନ୍ତି ।
ଏହି ଅବସରରେ ଆୟୋଜିତ ଭିଡ଼ିଓ କନଫେରେନ୍ସିଂ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାର ୨୨ ବ୍ଲକର ଛାତ୍ରଛାତ୍ରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ‘ମଧୁ ଆପ’ ସମ୍ପର୍କରେ କଥାବାର୍ତା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେଯେ, ପିଲାମାନଙ୍କ ପାଇଁ ଶିକ୍ଷାର ବିକଳ୍ପ ନାହିଁ । ତେଣୁ ଭଲ ପାଠ ପଢ଼ି ଦେଶର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ । ଓଡ଼ିଆ ଜାତି ପାଇଁ ଉକôଳଗୌରବ ମଧୁସୂଦନଙ୍କ ତ୍ୟାଗ ବିଷୟରେ ଆଲୋଚନା କରି ମଧୁବାବୁ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନର ଅଧ୍ୟକ୍ଷ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା, ସ୍କୁଲ ଓ ଗଣଶିକ୍ଷା ସଚିବ ଓ ଗଞ୍ଜାମ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।