ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ

 ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ
ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କନିଷ୍ଠ କିରାଣୀଙ୍କ ଘର ସହ ୫ଟି ସ୍ଥାନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । କନିଷ୍ଠ କିରାଣୀ ଅଜିତ କୁମାର ସାହୁଙ୍କ ନାମରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା । ଏହା ପରେ ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ସର୍ଚ୍ଚ ୱାରେଣ୍ଟ ଜାରି କରିଥିଲେ । ସେହିଅନୁସାରେ ସୋମବାର ସକାଳୁ ଭିଜିଲାନ୍ସର ଏକାଧିକ ଟିମ କିରାଣୀଙ୍କ କାଯ୍ୟାଳୟ ସମେତ ତାଙ୍କ ନାମରେ ଥିବା ବାସଭବନ ଓ ଦୋକାନରେ ଚଢ଼ାଉ ଜାରି ରହିଥବା ନେଇ ଭିଜିଲାନ୍ସ ଏସପି ମାୟାଧର ସ୍ୱାଇଁ କହିଛନ୍ତି ।