ଭୟ କଲେ କରୋନା ବଢିବ

ଭୟ କଲେ କରୋନା ବଢିବ

 ଭୟ କଲେ କରୋନା ବଢିବ
ଭୁବନେଶ୍ୱର: କରୋନା ସଂପର୍କରେ ମାନସିକ ବିଶେଷଜ୍ଞ ସାରଦା ସ୍ୱାଇଁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି, କରୋନା ରୋଗୀ ଭୟଭିତ ହେଲେ ରୋଗ ଅଧିକ ଆକ୍ରାନ୍ତ କରିବ । ଭୟଭୀତ ହେଲେ, ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥାଏ । ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ହେଲେ କରୋନା ଅଧିକ ଆକ୍ରାମକ ହୁଏ । ଆଦୌ ଭୟ ନକରି ଡାକ୍ତରଙ୍କ ପରାମର୍ଶରେ ଔଷଧ ସେବନ କରନ୍ତୁ । ନିଜକୁ ବିଭିନ୍ନ କାମରେ ନିୟୋଜିତ କରନ୍ତୁ, ଶାରୀରିକ ପରିଶ୍ରମ କରନ୍ତୁ । ଡାକ୍ତରୀ ଔଷଧ ସହ ଯୋଗ, ପ୍ରାଣାୟମ, ୱାକିଂ କରିବା ଉଚିତ । ମାନସିକ ରୋଗୀ କରୋନା ଆକ୍ରାନ୍ତ ହେଲେ ଉଭୟ ଔଷଧ ଖାଇ ପାରିବେ । ମାନସିକ ରୋଗୀ ମଧ୍ୟ ଟିକା ନେଇପାରିବେ ବୋଲି ପ୍ରଫେସର ସ୍ୱାଇଁ କହିଛନ୍ତି ।