ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟାକୁ ୧ ସପ୍ତାହ ପାଇଁ ଘୁଞ୍ଚାଇଲେ

ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟାକୁ ୧ ସପ୍ତାହ ପାଇଁ ଘୁଞ୍ଚାଇଲେ

 ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟାକୁ ୧ ସପ୍ତାହ ପାଇଁ ଘୁଞ୍ଚାଇଲେ
ଭୁବନେଶ୍ୱର: ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟାକୁ ଘୁଞ୍ଚାଯାଇଛି । ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟାକୁ ୧ ସପ୍ତାହ ପାଇଁ ଘୁଞ୍ଚାଇ ଦେଇଛନ୍ତି । ଆଜି ସରିବାକୁ ଥିବା ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟାକୁ ଜୁନ ୪ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ପ୍ରକାଶ ଯେ, ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ କରୋନାକୁ ମାତ ଦେବା ପାଇଁ ଟିକାକରଣକୁ ଗୁରୁତ୍ୱ ଦିଆଯାଉଥିବାବେଳେ ଏହି ଅଭିଯାନ ଓଡ଼ିଶାରେ ଜୋରଦାର ଚାଲିଛି । ତେବେ ଟିକା ପାଇଁ ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ଆହ୍ୱାନ କରିଛନ୍ତି ।