ରାଜ୍ୟରେ ଆଉ ୧୪୧ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୧୪୧ ଆକ୍ରାନ୍ତ ଚିହ୍ନଟ

 ରାଜ୍ୟରେ ଆଉ ୧୪୧ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ଗୋଟିଏ ଦିନରେ ୧୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ରେ ପହଁଚିଛି । ଅପରପକ୍ଷରେ ୧୨୪୫ ଜଣ ସୁସ୍ଥ ହୋଇଥିବାବେଳେ ୯୯୧ ଜଣ ବିଭିନ୍ନ କୋଭିଡ଼ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ୭ ଜଣ କରୋନାରେ ମୃତୁ୍ୟବରଣ କରିଥିବାବେଳେ ଅନ୍ୟ ରୋଗରେ ପୀଡ଼ିତ ହୋଇ ୨ ଆକ୍ରାନ୍ତ ମୃତୁ୍ୟବରଣ କରିଛନ୍ତି । ଚିହ୍ନଟ ହୋଇଥିବା ୧୪୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୩ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୮ ଜଣ, ନୂଆପଡା ଜିଲ୍ଲାରୁ ୧୯ ଜଣ, ଗଜପତି ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୦ ଜଣ କ୍ୱାରେଂଟାଇନ ସେଂଟରରେ ଥିବାବେଳେ ସ୍ଥାନୀୟ ଅଂଚଳରେ ୩୧ ଜଣ ଚିହ୍ନଟ କରାଯାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।