୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

 ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଡିପ ଡିପ୍ରେସନ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ ଓ ସୋନପୁର । ଏସବୁ ଜିଲ୍ଲାଗୁଡ଼ିକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅନ୍ୟ ୧୦ଡି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବରଗଡ଼, ସମ୍ବଲପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର ଓ କେନ୍ଦ୍ରାପଡ଼ା । ଏହି ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ମସୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।