ଜାଣନ୍ତୁ, ଆଜି ଦେଶରେ କୋଭିଡ଼-୧୯ ସଂକ୍ରମଣ ସଂଖ୍ୟା
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୪୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୫,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୧୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୧୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୦,୫୮୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୭୦କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୪,୪୯୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।




admin 