ଆସନ୍ତୁ ଜାଣିବା କାହିଁକି ଓ କେମିତି ହୁଏ ନବଯୌବନ ବେଶ !

ଆସନ୍ତୁ ଜାଣିବା କାହିଁକି ଓ କେମିତି ହୁଏ ନବଯୌବନ ବେଶ !

ଆସନ୍ତୁ ଜାଣିବା କାହିଁକି ଓ କେମିତି ହୁଏ ନବଯୌବନ ବେଶ !
ନବଯୌବନ ବେଶ ଶ୍ରୀଜୀଉମାନେ ଆଷାଢ଼ ଅମାବାସ୍ୟା ତିଥିରେ ଧାରଣ କରୁଥିବା ବିଶେଷ ବେଶ ଅଟେ । ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରୁହନ୍ତି ଯାହା ଫଳରେ ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁ ଦିନ ଭକ୍ତ ମାନଙ୍କୁ ଶ୍ରୀଜୀଉମାନେ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କୁହାଯାଏ । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ୱଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ଲାଭ ସୁଯୋଗକୁ ଶ୍ରଦ୍ଧାଳୁ ଭକ୍ତମାନେ ବର୍ଷ ବ୍ୟାପି ପ୍ରତୀକ୍ଷା କରିଥାଆନ୍ତି । କେତେକ ସମୟରେ ନେତ୍ରୋତ୍ସବ ଓ ନବଯୌବନ ତିଥିରେ ସାମାନ୍ୟ ଏପଟ ସେପଟ ମଧ୍ୟ ହୋଇଥାଏ । ନେତ୍ରୋତ୍ସବର ଅର୍ଥ ହେଲା ମହାପ୍ରଭୁମାନଙ୍କ ଚକ୍ଷୁରେ ନବଯୌବନ ବେଶର ଅନ୍ତିମ ସ୍ପର୍ଶ ।
ଜୟ ଜଗନ୍ନାଥ