ପଞ୍ଚଲିଙ୍ଗେଶ୍ୱର ଶିବ ମନ୍ଦିର 

ଓଡିଶା ,ପଶ୍ଚିମବଙ୍ଗ ଓ ଅନ୍ୟ ରାଜ୍ୟ ରୁ ବହୁ ପର୍ଯ୍ୟଟକ ଏହି ସ୍ଥାନ କୁ ବର୍ଷସାରା ଶିବ ଙ୍କ ଦର୍ଶନ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ଆସିଥାନ୍ତି ।

ପଞ୍ଚଲିଙ୍ଗେଶ୍ୱର ଶିବ ମନ୍ଦିର 

ପଞ୍ଚଲିଙ୍ଗେଶ୍ୱର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ୱର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ୱରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ୱର ହୋଇଛି ।

ଓଡିଶା ,ପଶ୍ଚିମବଙ୍ଗ ଓ ଅନ୍ୟ ରାଜ୍ୟ ରୁ ବହୁ ପର୍ଯ୍ୟଟକ ଏହି ସ୍ଥାନ କୁ ବର୍ଷସାରା ଶିବ ଙ୍କ ଦର୍ଶନ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ଆସିଥାନ୍ତି ।

ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ ।

ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି ।

ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।

କିଭଳି ପହଁଞ୍ଚିବେ:

ବିମାନ ମାର୍ଗରେ

ନିକଟତମ ବିମାନ ବନ୍ଦର ଭୁବନେଶ୍ୱର ୨୦୦ କି.ମି ଦୂରତା ରେ ଅବସ୍ଥିତ ।

ରେଳଗାଡ଼ିରେ

ନିକଟତମ ରେଳ ଷ୍ଟେସନ ବାଲେଶ୍ୱର (୩୦ କି.ମି )।

ସଡ଼କ ପଥରେ

ବାଲେଶ୍ୱର(୩୦ କିମି )ରୁ ସଡ଼କପଥ ରେ ପଞ୍ଚଲିଙ୍ଗେଶ୍ୱର କୁ ନିୟମିତ ଭାବେ ବସ ଚଳାଚଳ କରେ ।