ୠକ୍ମଣୀହରଣ ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ୠକ୍ମଣୀହରଣ ନୀତି ଅନୁଷ୍ଠିତ ହେବ। ଏନେଇ ଅପରାହ୍ନ ୧ ଟା ଠାରୁ ଅପରାହ୍ନ ୫ ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ପର୍ୟ୍ୟନ୍ତ ଶ୍ରୀବିଗ୍ରହମାନଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଆଜି ରୁକ୍ମିଣୀ ହରଣ ଏକାଦଶୀ। ମଙ୍ଗଳବାର ରାଜେନ୍ଦ୍ରାଭିଷେକ ପରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରେ ସକାଳଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ହେବ।
ଏହାପରେ ମଦନମୋହନ ରତ୍ନ ସିଂହାସନକୁ ବିଜେ ହେବେ। ଭୋଗ ମଣ୍ଡପ ଶେଷ ପରେ ମଦନମୋହନ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଜୟବିଜୟ ଦ୍ୱାରକୁ ବିଜେ କରିବେ। ସକାଳ ଧୂପ ପୂଜା ବଢିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ ରୁକ୍ମିଣୀଙ୍କୁ ଦେବା ପରେ ମହାଜନ ସେବକ ରୁକ୍ମିଣୀଙ୍କୁ ସାତ ପାହାଚରେ ଥିବା ପାଲିଙ୍କିରେ ବିଜେ କରାଇବେ। ପରେ ବିମାନବଡୁ ସେବକ ପାଲିଙ୍କିକୁ ମହାଲକ୍ଷ୍ମୀ ମନ୍ଦିରକୁ ବିଜେ କରାଇ ଅନ୍ୟାନ୍ୟ ନୀତି ବଢିବା ପରେ ବେଶ ସମ୍ପର୍ଣ୍ଣ ହୋଇଥାଏ। ପୁନର୍ବାର ଅନ୍ୟାନ୍ୟ ନୀତି ବଢ଼ି ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ହୋଇ ନୂଆ ଲୁଗା ଲାଗି କରାଯିବ। ସନ୍ଧ୍ୟାଧୂପ ନୀତି ବଢ଼ି ସାରିବା ପରେ ମହାପ୍ରଭୁଙ୍କ ବିବାହ ଉତ୍ସଵ ଅନୁଷ୍ଠିତ ହେବ।




admin 