ନକଲି ଶିକ୍ଷକ ପରେ ଏବେ ନକଲି ଅଧ୍ୟାପକ,୨ନିଲମ୍ବିତ

ନକଲି ଶିକ୍ଷକ ପରେ ଏବେ ନକଲି ଅଧ୍ୟାପକ,୨ନିଲମ୍ବିତ

ଭୁବନେଶ୍ୱର:  ନକଲି ଶିକ୍ଷକ ପରେ ଏବେ ବାହାରିଲେଣି ନକଲି ନକଲି ଶିକ୍ଷକ ପରେ ଏବେ ବାହାରିଲେଣି ନକଲି ଅଧ୍ୟାପକ। ରାଜ୍ୟ ସରକାର ଏବେ ଦୁଇ ଜଣ ଅଧ୍ୟାପକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି । ସେମାନେ ହେଲେ ବଲାଙ୍ଗିର ଯୋଗୀମୁଣ୍ଡା ଉଚ୍ଚ ମାଧ୍ୟମିକ ସ୍କୁଲ ଓ ରାଜେନ୍ଦ୍ର ମେହର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଲିଙ୍ଗରାଜ ମେହେର ଓ ନରେନ୍ଦ୍ର ନାଗ । ଏମାନେ ଜାଲ୍ ମାର୍କସିଟ୍ ବଳରେ ଚାକିରି ପାଇଥିବାର ଅଭିଯୋଗ ହୋଇଛି।

ପାଟଣାଗଡ଼ ଉପଜିଲ୍ଲାପାଳଙ୍କୁ ନିର୍ଦ୍ଦେଶକ୍ରମେ ପାଟଣାଗଡ଼ ଥାନାରେ ଏହି ଦୁଇ ଅଧ୍ୟାପକଙ୍କ ବିରୋଧରେ ଏତଲା ଦିଆଯାଇଛି। ଏଥିସହ ଏହି ଦୁଇ ଅଧ୍ୟାପକଙ୍କୁ ସେମାନେ ଦରମା ଆକାରରେ ପାଇଥିବା ପ୍ରାୟ ୬୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଉଭୟଙ୍କୁ ୩୧ ଲକ୍ଷ ୬୦ ହଜାର ୨୫୨ ଟଙ୍କା ଲେଖାଏ ଫେରସ୍ତ କରିବାକୁ କୁହାଯାଇଛି।
ଉଭୟ ନକଲି ଅଧ୍ୟାପକଙ୍କ ସାର୍ଟିଫିକେଟରେ ସମ୍ବଲପୁର ୟୁନିଭରସିଟିର ଫେକ୍‌ ଷ୍ଟାମ୍ପ ବାଜିଛି। ସେମାନଙ୍କ ମଧ୍ୟରୁ ଲିଙ୍ଗରାଜ ମେହେର ଓଡ଼ିଆ ଅଧ୍ୟାପକ ଥିବା ବେଳେ ନରେନ୍ଦ୍ର ନାଗ ରାଜନୀତି ବିଜ୍ଞାନ ଅଧ୍ୟାପକ ଭାବେ କାର୍ୟ୍ୟରତ ଥିଲେ।