ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଭୁବନେଶ୍ବର: ରାଜଧାନୀରେ ପୁଣି ଅପରାଧୀଙ୍କ ଆତଙ୍କରାଜ । ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୁତ୍ତ। ଘଟଣା ଘଟିଛି ଭୁବନେଶ୍ବର ଏୟାରପୋର୍ଟ ଛକଠାରେ।

ସୂଚନା ଅନୁଯାୟୀ, ଟ୍ରାଫିକ ଛକ ନିକଟରେ ମଦ ପିଇବାକୁ ବାରଣ କରିବାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ। ଏଥିରେ ଯୁବକଙ୍କ ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ତାଙ୍କ ଗୁରୁତର ଅବସ୍ଥାରେ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସେପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଛାନଭିନ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ଥାନୀୟ ଅଞ୍ଚଳରେ ମାରାଥନ ଚଢ଼ାଉ ଜାରି ରଖିଛି।