ବିଜେଡି ଛାଡ଼ିଲେ ପ୍ରିୟଦର୍ଶୀ ମିଶ୍ର

ବିଜେଡି ଛାଡ଼ିଲେ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର:  ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି। ସେ ୨୦୧୪ରେ ଉତ୍ତର ଭୁବନେଶ୍ୱର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇ ନଥିଲା।   
ବିଜେଡିରୁ ଇସ୍ତଫା ଦେବା ପରେ ପ୍ରିୟଦର୍ଶୀ ମିଶ୍ର ଗଣମାଧ୍ୟମରେ କହିଛନ୍ତି, ମୁଁ ଛାତ୍ରାବସ୍ଥାରୁ ବିଜୁ ବାବୁଙ୍କ ସହିତ କାମ କରିଛି। ୩୦ ବର୍ଷରୁ ଅଧିକ ସମୟ ଧରି ମୁଁ ନିଷ୍ଠାର ସହିତ ଏହି ଦଳ ପାଇଁ କାମ କରିଛି। କିନ୍ତୁ ଦଳ ମୋତେ କ୍ରମାଗତ ଭାବେ ଅବହେଳା କରିଛି। ତା’ର ପ୍ରତିବାଦରେ ମୁଁ ଆଜି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି।