ଦେଶରେ ୨୪ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୬୫

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୬୫

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା  ହ୍ରାସ ପାଇ ୧୦,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୬୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮୬୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୪,୯୨୩ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୧୮କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୪୪,୦୧୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି