ମହାଯଜ୍ଞରେ ପୂର୍ଣ୍ଣାହୁତି ଦେଲେ ଗଜପତି

ମହାଯଜ୍ଞରେ ପୂର୍ଣ୍ଣାହୁତି ଦେଲେ ଗଜପତି

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇ ୩ଦିନ ଧରି ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୁତି ଦେଇଛନ୍ତି ଗଜପତି । ଅନ୍ୟପଟେ ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଜପତିଙ୍କ ଉପସ୍ଥିତିରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଠିକ ୧.୧୫ ମିନିଟରେ ମୁଖ୍ୟମନ୍ତ୍ରୀ ଏହାକୁ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ତାଙ୍କ ସହ ଗଜପତି ମହାରାଜା ଉପସ୍ଥିତ ଥିଲେ । ଲୋକାର୍ପଣ ଫଳକରେ ନଡ଼ିଆ ପିଟି ଉଭୟ ମୁଖ୍ୟମନ୍ତ୍ରୀ ଓ ଗଜପତି ମହାରାଜା ପରିକ୍ରମା ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି ।

 ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସମଗ୍ର ପୁରୀ ସହର ବଧୁବେଶରେ ସଜେଇ ହୋଇଛି । କାନ୍ଥବାଡରେ ଅଙ୍କା ଯାଇଥିବା ଚିତ୍ର ଐତିହାସିକ ଗାଥାକୁ ପୁଣିଥରେ ଉଜ୍ଜୀବିତ କରିଛି । ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ନେଇ ପୁରୀ ବାସୀଙ୍କ ସମେତ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁ ମଧ୍ୟରେ ବେଶ ଉତ୍ସାହ ମଧ୍ୟ ଦେଖିବାକୁ ମିଳିଛି । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।