ଓହୋ, ପୁଣି ଆଉ ଗୋଟିଏ ଲଘୁଚାପ ଆସିଲାଣି
ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିପାରେ ବର୍ଷା। ଆସନ୍ତାକାଲି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ ଯୋଗୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ମିଆଁମାର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବ। ଏହାର ପ୍ରଭାବରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଶୁକ୍ରବାର ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରକୁ ସତର୍କତା ଜାରି କରାଯାଇଛି । ସେହିପରି ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଆଲର୍ଟ କରାଯାଇଛି ।




