ମାଟ୍ରିକ ପରୀକ୍ଷା, ଜାଣନ୍ତୁ କେଉଁ ଦିନ କ’ଣ ଅଛି

ମାଟ୍ରିକ ପରୀକ୍ଷା, ଜାଣନ୍ତୁ କେଉଁ ଦିନ କ’ଣ ଅଛି

କଟକ: ଆସନ୍ତାବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ୟ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା। ସେଥିପାଇଁ ପ୍ରକାଶ ପାଇଛି ପରୀକ୍ଷା ସୂଚୀ। ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। 

୨୦ରେ ଓଡ଼ିଆ ପରୀକ୍ଷା ଥିବା ବେଳେ ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ ଓ ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ।

ମୋଟ ୨୯୯୧ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପିଲା। ମାର୍ଚ୍ଚ ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି।