ଶ୍ରୀନଗର : ଜମ୍ମୁ-କାଶ୍ମୀର ସୋପିଆନ ଜିଲାର ସୁଗନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ସେହି ଅଞ୍ଚଳରେ ଅନ୍ୟ ଆତଙ୍କବାଦୀ ଲୁଚି ରହିଛନ୍ତି କି ନାହିଁ ଜାଣିବା ପାଇଁ ଏବେ ସର୍ଚ୍ଚ ଅପରେସନ ଜାରି ରହିଛି। ଏହି ଏନକାଉଣ୍ଟରରେ କୌଣସି ଯବାନଙ୍କ ମୃତାହତ ହୋଇଥିବା ଖବର ମିଳି ନାହିଁ।ଉକ୍ତ ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ଘେରି ରହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସୁଗନ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ଖବର ପାଇବା ମାତ୍ରେ ସୁରକ୍ଷାକର୍ମୀମାନେ ସେହି ଅଞ୍ଚଳକୁ ଘେରାଉ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀମାନେ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।
