ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ ୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ୮୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୨ ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି। ସେହିପରି ଆଜି ୨୫୪ ଜଣ ସୁସ୍ଥ ହୋଇଛନ୍ତି । ନୂତନ ୯୩ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୮ ହଜାର ୯୮୫ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା ୨୭ ହଜାର ୮୦ଜଣ ସୁସ୍ଥ ହୋଇଥିବାବେଳେ ୧୬୨ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି ୧ ହଜାର ୭୨୨ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।
